Biblia Todo Logo
Bib sou entènèt

- Piblisite -




ଯିଶାଇୟ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଆମ୍ଭେ ମିସରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁର; ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ,” ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, “ମୁଁ ମିଶରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବି ଓ ଏକ ଦୂରନ୍ତ ରାଜା ସେମାନଙ୍କୁ ଶାସନ କରିବେ।”

Gade chapit la Kopi




ଯିଶାଇୟ 19:4
9 Referans Kwoze  

ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ମିସର ଦେଶ ଦେବା; ତହିଁରେ ସେ ତାହାର ମହାଜନତାକୁ ନେଇଯିବ ଓ ତାହାର ଦ୍ରବ୍ୟ ଲୁଟି ନେବ, ଆଉ ତାହାର ସମ୍ପତ୍ତି ଅପହରଣ କରିବ; ପୁଣି, ଏହା ତାହାର ସୈନ୍ୟସାମନ୍ତର ବେତନ ହେବ।


ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା। ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବକାଳର ନ୍ୟାୟ ବସତି ସ୍ଥାନ ହେବ।


ପୁଣି, ଆମ୍ଭେ ମିସରୀୟମାନଙ୍କୁ ମିସରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।


ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।


ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, “ପରମେଶ୍ୱର ତାହାକୁ ମୋʼ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।”


ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।


ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।


ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;


Swiv nou:

Piblisite


Piblisite