Biblia Todo Logo
Bib sou entènèt

- Piblisite -




ଯିଶାଇୟ 21:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପ୍ରହରୀ କହିଲା, ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯେବେ ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।

Gade chapit la Kopi

ଓଡିଆ ବାଇବେଲ

12 ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”

Gade chapit la Kopi

ପବିତ୍ର ବାଇବଲ

12 ପ୍ରହରୀ ଉତ୍ତର କଲା, “ପ୍ରଭାତ ଆସୁଅଛି, ମାତ୍ର ତା'ପରେ ରାତ୍ରି ଆସିବ। ଯଦି ତୁମ୍ଭମାନଙ୍କର କିଛି ପଗ୍ଭରିବାର ଅଛି, ତେବେ ତୁମ୍ଭେମାନେ ଫେରି ଆସ ଓ ପଗ୍ଭର।”

Gade chapit la Kopi




ଯିଶାଇୟ 21:12
16 Referans Kwoze  

ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।


ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।


ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।


ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।


ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; ସେମାନେ ସନ୍ତାପର ପାତ୍ର! କାରଣ ସେମାନଙ୍କର ଦିନ, ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା।


ଦୂମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?”


ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ।


ଓବଦୀୟଙ୍କ ଦର୍ଶନ। ପ୍ରଭୁ, ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, “ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।”


ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?


Swiv nou:

Piblisite


Piblisite