Biblia Todo Logo
Bib sou entènèt

- Piblisite -




ଯିଶାଇୟ 21:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନ ବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶଦ୍ଦ କରି କହିଲା, ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି;

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,”

Gade chapit la Kopi

ପବିତ୍ର ବାଇବଲ

8 ତା'ପରେ ଦିନେ, ସେ ପ୍ରହରୀ କହିଲା, “ହେ ମୋର ପ୍ରଭୁ, ପ୍ରତିଦିନ, ଦିନ ବେଳେ ମୁଁ ନିରନ୍ତର ଦୁର୍ଗରେ ଠିଆ ହୋଇ ଜଗି ରହିଥାଏ, ଓ ପ୍ରତି ରାତିରେ ମୁଁ ଆପଣା ପହରା ସ୍ଥାନରେ ସତର୍କ ଦୃଷ୍ଟି ରଖିଥାଏ।

Gade chapit la Kopi




ଯିଶାଇୟ 21:8
12 Referans Kwoze  

ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”


ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?


ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”


ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।


ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।


ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପାʼନ୍ତି।


ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।


ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।


ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।


ଏଥିଉତ୍ତାରେ ଯିହୁଦାର ଲୋକମାନେ ପ୍ରାନ୍ତରସ୍ଥ ପ୍ରହରୀ-ଦୁର୍ଗରେ ଉପସ୍ଥିତ ହୋଇ ଲୋକଗହଳ ପ୍ରତି ଅନାଇଲେ ଆଉ ଦେଖ, ସେମାନେ ମୃତ ଶରୀର ହୋଇ ଭୂମିରେ ପଡ଼ିଅଛନ୍ତି, ପୁଣି କେହି ବଞ୍ଚି ନାହାନ୍ତି।


Swiv nou:

Piblisite


Piblisite