Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଂକଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଙ୍କଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟ ସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଂକଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ଆଉ ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ସଂଗ୍ରହ ନିମିତ୍ତ ନଗରୀର ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ସ୍ଥାନରେ ବଡ଼ ଜଳାଶୟ ଖୋଳିଲ। ତୁମ୍ଭେମାନେ ନିଜର ସୁରକ୍ଷା ପାଇଁ ଏ ସବୁ କଲ। ମାତ୍ର ଯେ ଏହାକୁ ସାଧନ କଲେ ସେ ସୃଷ୍ଟିକର୍ତ୍ତାଙ୍କୁ ତୁମ୍ଭେ ବିଶ୍ୱାସ କଲ ନାହିଁ। ଦୀର୍ଘକାଳ ଧରି ଯେ ଏହାକୁ ଗଢ଼ିଲେ, ତୁମ୍ଭେମାନେ ତାଙ୍କୁ ଆଦର କଲ ନାହିଁ।

Gade chapit la Kopi




ଯିଶାଇୟ 22:11
15 Referans Kwoze  

ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।


ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର!


ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।


ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।


ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।


କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।


ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।


ତାହା ନିକଟରେ ବେଥ୍-ସୁର ଜିଲ୍ଲାର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍‍ବୂକର ପୁତ୍ର ନିହିମୀୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ନିର୍ମିତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲା।


ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’


ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?


ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।


ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।


Swiv nou:

Piblisite


Piblisite