Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, “ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ,” ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ଵୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ନୋହିବ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

14 ସଦାପ୍ରଭୁ ସର୍ବଶକ୍ତିମାନ ସ୍ୱୟଂ ମୋର କର୍ଣ୍ଣରେ ପ୍ରକାଶ କଲେ, “ତୁମ୍ଭମାନଙ୍କର ଅପରାଧ ମୃତ୍ୟୁ ପର୍ଯ୍ୟନ୍ତ କ୍ଷମା ପାଇବ ନାହିଁ।” ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।

Gade chapit la Kopi




ଯିଶାଇୟ 22:14
17 Referans Kwoze  

ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।


ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, “ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।


ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।”


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


ଏଥିପାଇଁ ଉଚ୍ଚ ଭିତ୍ତିର ପତନଶୀଳ ଯେଉଁ ଟୋଲା ଫାଟ, ହଠାତ୍‍ ଏକାବେଳେ ଭାଙ୍ଗି ପଡ଼େ, ତାହାରି ତୁଲ୍ୟ ଏହି ଅପରାଧ ତୁମ୍ଭମାନଙ୍କ ପ୍ରତି ହେବ।


କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।


ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।


ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,


ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।


ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ୱଳାଇଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”


ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।


ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।


ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।


Swiv nou:

Piblisite


Piblisite