Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

25 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

25 “ସେଦିନ ସେହି ଖିଲ ଯେ କି ଏକ ସୁଦୃଢ଼ ସ୍ଥାନରେ ବିଦ୍ଧ ହୋଇଥିଲା ତାହା ଦୁର୍ବଳ ହୋଇଯିବ ଓ ଭାଙ୍ଗି ତଳେ ପଡ଼ିଯିବ। ସେହି ଖିଲ ପଡ଼ିବା ସଙ୍ଗେ ସଙ୍ଗେ ସେଥିରେ ଟଙ୍ଗା ଯାଇଥିବା ଜିନିଷଗୁଡ଼ିକ ତଳେ ପଡ଼ି ନଷ୍ଟ ହୋଇଯିବ। ତା'ପରେ ମୁଁ ଯାହା କହୁଛି ଏହା ଘଟିବ।” କାରଣ ସଦାପ୍ରଭୁ ଏହା କହି ଅଛନ୍ତି।

Gade chapit la Kopi




ଯିଶାଇୟ 22:25
15 Referans Kwoze  

ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।


ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।


ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।


ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।


ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”


ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;


ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।


ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”


ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।


ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା]


ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳସ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।


Swiv nou:

Piblisite


Piblisite