Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଥିପାଇଁ ମୁଁ କହିଲି, ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ଵନା କରିବା ପାଇଁ ଚେଷ୍ଟା କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ତେଣୁ ମୁଁ କହୁଛି, “ମୋତେ ଗ୍ଭହଁ ନାହିଁ। ମୋତେ କାନ୍ଦିବାକୁ ଦିଅ। ମୋ’ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା ଦେବାକୁ ଚେଷ୍ଟା କର ନାହିଁ।”

Gade chapit la Kopi




ଯିଶାଇୟ 22:4
20 Referans Kwoze  

ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!


“ରାମାରେ ସ୍ୱର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ।”


ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।


ସଦାପ୍ରଭୁ ଏହି କଥା କହନ୍ତି, “ରାମାରେ ହାହାକାର ଓ ତୀବ୍ର ରୋଦନର ଶବ୍ଦ ଶୁଣାଯାଏ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଅଛି; ସେ ଆପଣା ସନ୍ତାନଗଣର ବିଷୟରେ ପ୍ରବୋଧ କଥା ମାନୁ ନାହିଁ, କାରଣ ସେମାନେ ନାହାନ୍ତି।”


ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।


ଆଉ ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,


ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି।


ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ “କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।


ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।


ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍‍ ଆମ୍ଭମାନଙ୍କୁ ଆକ୍ରମଣ କରିବ।


ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି।


ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।


ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।


ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।


ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।


ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ୱରରେ ରୋଦନ କଲେ।


ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।


Swiv nou:

Piblisite


Piblisite