Biblia Todo Logo
Bib sou entènèt

- Piblisite -




ଯିଶାଇୟ 23:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସୋର ବିଷୟକ ଭାବବାଣୀ। ହେ ତର୍ଶୀଶର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସୋର ବିଷୟକ ଭାରୋକ୍ତି। ହେ ତର୍ଶୀଶ୍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କି ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।

Gade chapit la Kopi

ଓଡିଆ ବାଇବେଲ

1 ସୋର ବିଷୟକ ଭାବବାଣୀ। ହେ ତର୍ଶୀଶ୍‍ର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।

Gade chapit la Kopi

ପବିତ୍ର ବାଇବଲ

1 ସୋର ବିଷୟରେ ଏକ ଦୁଃଖ ବାର୍ତ୍ତା: “ହେ ତର୍ଶୀଶର ଜାହାଜ ସକଳ, ତୁମ୍ଭେମାନେ ହାହାକାର କର। କାରଣ ତୁମ୍ଭର ପୋତାଶ୍ରୟ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।” କିତ୍ତୀମ ଦେଶରୁ ଆସୁଥିବା ଲୋକମାନଙ୍କ ପ୍ରତି ଏହି ବାର୍ତ୍ତା ଥିଲା।

Gade chapit la Kopi




ଯିଶାଇୟ 23:1
32 Referans Kwoze  

ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।


କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।


ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ;


ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।


ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?


ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”


ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।


କାରଣ, ସମୁଦ୍ରରେ ହୂରମ୍‍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।


କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରିଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।


ଏଥିଉତ୍ତାରେ ଏକାଦଶ ବର୍ଷର ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।


ନିଶ୍ଚୟ ଦ୍ୱୀପସମୂହ ଆମ୍ଭର ଅପେକ୍ଷା କରିବେ, ପୁଣି ତର୍ଶୀଶର ଜାହାଜସକଳ ଅଗ୍ରଗାମୀ ହୋଇ ଆପଣା ଆପଣା ସଙ୍ଗରେ ସେମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ନେଇ, ତୁମ୍ଭ ସନ୍ତାନଗଣକୁ ଦୂରରୁ ଆଣି, ତୁମ୍ଭ ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ନିମନ୍ତେ ଆସିବେ, କାରଣ ସେ ତୁମ୍ଭକୁ ଶୋଭିତ କରିଅଛନ୍ତି।


ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।


କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।


ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।


କାରଣ ହୂରମ୍‍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।


ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍‍ର ପ୍ରିୟପାତ୍ର ଥିଲେ।


ତହୁଁ ସେ ସୀମା ବୁଲି ରାମା ଓ ସୋର ନାମକ ପ୍ରାଚୀର-ବେଷ୍ଟିତ ନଗରକୁ ଗଲା; ଏଉତ୍ତାରେ ସେ ସୀମା ବୁଲି ହୋଷାକୁ ଗଲା; ପୁଣି ଅକଷୀବ୍ ଅଞ୍ଚଳସ୍ଥ ସମୁଦ୍ର ତହିଁର ପ୍ରାନ୍ତ ଥିଲା।


ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”


“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।


ତୁମ୍ଭେମାନେ ପାର ହୋଇ ତର୍ଶୀଶ‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।


“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ‘ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;’


ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।


ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


Swiv nou:

Piblisite


Piblisite