Biblia Todo Logo
Bib sou entènèt

- Piblisite -




ଯିଶାଇୟ 23:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କଲ୍‍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କଲଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟଣତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।

Gade chapit la Kopi

ଓଡିଆ ବାଇବେଲ

13 କଲ୍‍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।

Gade chapit la Kopi

ପବିତ୍ର ବାଇବଲ

13 ତେଣୁ ସୋର ଲୋକମାନେ କୁହନ୍ତି, “ବାବିଲର ଲୋକମାନେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।” ମାତ୍ର କ‌‌ଲ୍‌‌ଦୀୟମାନଙ୍କର ଦେଶକୁ ଦେଖ। ବାବିଲ ବର୍ତ୍ତମାନ ଆଉ ଦେଶ ନୁହେଁ। ଅଶୂରୀୟମାନେ ତାକୁ ଆକ୍ରମଣ କରି ତା'ର ଗ୍ଭରିପଟେ ଦୁର୍ଗ ନିର୍ମାଣ କରିଛନ୍ତି। ତା'ର ସୈନ୍ୟମାନେ ସେହି ରମଣୀୟ ପ୍ରାସାଦମାନଙ୍କରୁ ସମସ୍ତ ଜିନିଷ ଲୁଟି ନେଇଛନ୍ତି। ବାବିଲକୁ ଧ୍ୱଂସ ସ୍ତୁପରେ ପରିଣତ କରି ତାକୁ ବନ୍ୟ ଜନ୍ତୁଙ୍କର ବାସସ୍ଥଳୀରେ ପରିଣତ କରିଛନ୍ତି।

Gade chapit la Kopi




ଯିଶାଇୟ 23:13
23 Referans Kwoze  

ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ବର ତାହାଙ୍କୁ ନେଇ ଆସିଲେ,


କାରଣ ଦେଖ, ଯେଉଁ କଲ୍‍ଦୀୟ ଲୋକମାନେ ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।


“ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”


“ହେ ମନୁଷ୍ୟ-ସନ୍ତାନ, ବାବିଲର ରାଜା ନବୂଖଦ୍‍ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଭାରୀ ପରିଶ୍ରମ କରାଇଅଛି; ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଛିଡ଼ିଗଲା; ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା, ତହିଁ ପାଇଁ ସେ କିଅବା ତାହାର ସୈନ୍ୟସାମନ୍ତ ସୋରଠାରୁ କିଛି ବେତନ ପାଇଲେ ନାହିଁ;


ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍‍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।


ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।


ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।


ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।


ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “କଲ୍‍ଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”


ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ।


ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବରୋଦକ୍‍ ବଲ୍‍ଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।


ଏଥିଉତ୍ତାରେ ଅଶୂରର ରାଜା, ବାବିଲ ଓ କୂଥା ଓ ଅବ୍ଦା ଓ ହମାତ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରେ ବାସ କଲେ।


ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।


ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।


ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।


ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ।


ପର୍ବତସ୍ଥ ଦୁରନ୍ତ ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେହି ସବୁ ପରିତ୍ୟକ୍ତ ହେବ; ଦୁରନ୍ତ ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ।


ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍‍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।


ବାବିଲୀୟମାନଙ୍କୁ ଓ ସମୁଦାୟ କଲ୍‍ଦୀୟ ଲୋକଙ୍କୁ, ପକୋଦ, ଶୋୟା, କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେମାନେ ସମସ୍ତେ ମନୋହର ଯୁବା ଲୋକ। ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ୱାରୋହୀ।


Swiv nou:

Piblisite


Piblisite