Biblia Todo Logo
Bib sou entènèt

- Piblisite -




ଯିଶାଇୟ 26:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।

Gade chapit la Kopi

ଓଡିଆ ବାଇବେଲ

17 ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ

17 ଅନ୍ତଃସତ୍ତ୍ୱା ନାରୀ ଗର୍ଭବେଦନାରେ ବ୍ୟଥିତ ହୋଇ ଯେପରି କ୍ରନ୍ଦନ କରେ, ଆମ୍ଭେମାନେ ସେହିପରି ତୁମ୍ଭ ସହିତ ନ ଥିଲା ବେଳେ ହୋଇଅଛୁ।

Gade chapit la Kopi




ଯିଶାଇୟ 26:17
11 Referans Kwoze  

ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।


ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।


କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?


ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”


ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।


ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ।


ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ‘ଆଜି ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।


ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”


Swiv nou:

Piblisite


Piblisite