Biblia Todo Logo
Bib sou entènèt

- Piblisite -




ଯିଶାଇୟ 26:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ସେ ଊର୍ଦ୍ଧ୍ଵସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ସେ ଉର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ମାତ୍ର ସେ ଉନ୍ନତ ନଗରକୁ ଅବନତ କରିବେ ଓ ଊର୍ଦ୍ଧ୍ୱସ୍ଥିତ ସେହି ଲୋକମାନଙ୍କୁ ଦଣ୍ଡ ଦେବେ। ସେମାନଙ୍କୁ ଭୂମିସାତ୍ କରି ଧୂଳିରେ ମିଶାଇ ଦେବେ।

Gade chapit la Kopi




ଯିଶାଇୟ 26:5
18 Referans Kwoze  

ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ, “ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟ-ସ୍ଥାନ ହୋଇଅଛି।


ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।


ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’” ଯିରିମୀୟଙ୍କ ବାକ୍ୟ ଏତିକି।


ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।


ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।


ମାତ୍ର ଅରଣ୍ୟର ପତନରେ ଶିଳାବୃଷ୍ଟି ହେବ ଓ ନଗର ସମ୍ପୂର୍ଣ୍ଣ ରୂପେ ନିପାତିତ ହେବ।


ପୁଣି, ତୁମ୍ଭେ ମନେ ମନେ କହିଥିଲ, ‘ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;


କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;


ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।


ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀର-ବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ହେବ ନାହିଁ।


ପ୍ରଭୁ ଯାକୁବର ସକଳ ବାସସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍‍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।


ସେ ଆପଣା ଅଶ୍ୱଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ୍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍‍ କରିବ।


ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।


ତୁମ୍ଭର ସୌନ୍ଦର୍ଯ୍ୟ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ।


Swiv nou:

Piblisite


Piblisite