Biblia Todo Logo
Bib sou entènèt

- Piblisite -




ଯିଶାଇୟ 27:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯେବେ କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ ! ତେବେ ଆମ୍ଭେ ଆକ୍ରମଣ କରି ସେସବୁକୁ ଏକାବେଳେ ଦଗ୍ଧ କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

4 ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

4 ମୋ'ଠାରେ କ୍ରୋଧ ନାହିଁ। ଯଦି ଯୁଦ୍ଧ ହୁଏ ଓ କେହି ଜଣେ କଣ୍ଟାକର ବାଡ଼ ଦିଏ, ଆମ୍ଭେ ଆକ୍ରମଣ କରିବୁ ଓ ପୋଡ଼ି ପକାଇବୁ।

Gade chapit la Kopi




ଯିଶାଇୟ 27:4
17 Referans Kwoze  

କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।


ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”


ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।


ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;


ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।


ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ, ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।


ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।”


ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।


ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।


ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।


ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”


କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।


Swiv nou:

Piblisite


Piblisite