Biblia Todo Logo
Bib sou entènèt

- Piblisite -




ଯିଶାଇୟ 28:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 କାରଣ, ତାହାର ପରମେଶ୍ଵର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।

Gade chapit la Kopi

ଓଡିଆ ବାଇବେଲ

26 କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।

Gade chapit la Kopi

ପବିତ୍ର ବାଇବଲ

26 ଆମ୍ଭର ପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ଏପରି କରୁଛନ୍ତି। ସେ ଆମ୍ଭମାନଙ୍କୁ ଏହି ଦୃଷ୍ଟାନ୍ତ ଦେଖାଇ ଯଥାର୍ଥ ଭାବରେ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି।

Gade chapit la Kopi




ଯିଶାଇୟ 28:26
13 Referans Kwoze  

ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।


ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।


କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି।


ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି?’ ଏହା କେହି ନ କହେ।


ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।


ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ?


“ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?


ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?


ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।


ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନ ପରମେଶ୍ୱରଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।


Swiv nou:

Piblisite


Piblisite