Biblia Todo Logo
Bib sou entènèt

- Piblisite -




ଯିଶାଇୟ 28:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ତରେ ପିଟାଯାଏ।

Gade chapit la Kopi

ଓଡିଆ ବାଇବେଲ

27 ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।

Gade chapit la Kopi

ପବିତ୍ର ବାଇବଲ

27 କୃଷକ କ’ଣ କଳାଜିରାକୁ କୌଣସି ତୀ‌କ୍ଷ୍‌ଣ ପତ୍ରରେ ପେଷେ? ସେ କ’ଣ ଜିରା ଅମଳ କରିବା ପାଇଁ ଶକଟ ଚକ୍ର ବୁଲାଏ? ସେ ଯଷ୍ଟି ବ୍ୟବହାର କରି ସେମାନଙ୍କୁ ଅମଳ କରେ।

Gade chapit la Kopi




ଯିଶାଇୟ 28:27
10 Referans Kwoze  

ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;


ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”


ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ।


ତଥାପି ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ବଂଶର ସେହି ସବୁ ପାପରୁ ସେମାନେ ବିମୁଖ ହେଲେ ନାହିଁ, ମାତ୍ର ତହିଁରେ ହିଁ ଚାଲିଲେ। ପୁଣି ଶମରୀୟାରେ ଆଶେରା ମୂର୍ତ୍ତି ମଧ୍ୟ ରହିଲା।


ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।


ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।


କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।


ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।


Swiv nou:

Piblisite


Piblisite