Biblia Todo Logo
Bib sou entènèt

- Piblisite -




ଯିଶାଇୟ 28:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟ ପକ୍ଵ ଡିମିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବାମାତ୍ର ଗ୍ରାସ କରେ।

Gade chapit la Kopi

ଓଡିଆ ବାଇବେଲ

4 ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ୱିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବା ମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।

Gade chapit la Kopi

ପବିତ୍ର ବାଇବଲ

4 ପର୍ବତ ଉପରିସ୍ଥ ଫଳଶାଳୀ ଉପତ୍ୟକା ବେଷ୍ଟିତ “ମୁକୁଟ ସଦୃଶ ସୁନ୍ଦର ଦେଶ ମ୍ଳାନ ପୁଷ୍ପ ପାଲଟିବ।’ ସେହି ନଗର ଗ୍ରୀଷ୍ମକାଳର ପ୍ରଥମ ପକ୍ୱ ଡିମ୍ବିରି ଫଳ ସଦୃଶ ହେବ। ଯେକେହି ତାକୁ ଦେଖିବ ଶୀଘ୍ର ତାକୁ ତୋଳିବ ଓ ଗ୍ରାସ କରିବ।

Gade chapit la Kopi




ଯିଶାଇୟ 28:4
12 Referans Kwoze  

ତୁମ୍ଭର ଦୁର୍ଗସବୁ ଆଦ୍ୟପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହି ସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।


ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।


ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।


ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!


ପ୍ରବଳ ବାୟୁ ଆଘାତରେ ଡିମ୍ବିରିବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ,


ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।


ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।


ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା।


କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”


Swiv nou:

Piblisite


Piblisite