Biblia Todo Logo
Bib sou entènèt

- Piblisite -




ଯିଶାଇୟ 29:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; “ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ,” ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ? କିମ୍ବା “ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ, ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ? କିମ୍ଵା ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ?

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; “ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ,” ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ ? କିମ୍ବା “ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ ?”

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଇବ। କୁମ୍ଭକାର କ’ଣ ମାଟିର ତୁଲ୍ୟ ହେବ? ନିର୍ମିତ ବସ୍ତୁ କ’ଣ ନିର୍ମାଣ କର୍ତ୍ତା ବିଷୟରେ କହିବ, “ଏ ବ୍ୟକ୍ତି ମୋତେ ନିର୍ମାଣ କରି ନାହିଁ।” ପୁଣି ଗଢ଼ାବସ୍ତୁ କ’ଣ ବ୍ୟକ୍ତି ବିଷୟରେ କହିବ, “ଏ ବ୍ୟକ୍ତିର ବୁଦ୍ଧି ନାହିଁ।”

Gade chapit la Kopi




ଯିଶାଇୟ 29:16
9 Referans Kwoze  

ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।


ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।


ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।


କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।


କୁହ୍ରାଡ଼ି କʼଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କʼଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କʼଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କʼଣ ତାହାକୁ ଉଠାଇବ?


Swiv nou:

Piblisite


Piblisite