Biblia Todo Logo
Bib sou entènèt

- Piblisite -




ଯିଶାଇୟ 29:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ହେବ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ୍ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ନୋହିବ?

Gade chapit la Kopi

ଓଡିଆ ବାଇବେଲ

17 ଅତି ଅଳ୍ପ କାଳ ଉତ୍ତାରେ ଲିବାନୋନ କି ଫଳବାନ କ୍ଷେତ୍ରରେ ପରିଣତ ହେବ ନାହିଁ ଓ ଫଳବାନ କ୍ଷେତ୍ର କି ଅରଣ୍ୟ ବୋଲି ଗଣ୍ୟ ହେବ ନାହିଁ ?

Gade chapit la Kopi

ପବିତ୍ର ବାଇବଲ

17 ଏହା ସତ୍ୟ ଯେ, ଅତି ଅଳ୍ପ ସମୟ ପରେ ଲିବାନୋନ ଫଳପୂର୍ଣ୍ଣ କ୍ଷେତ୍ରରେ ପରିଣତ ହେବ ଓ ଫଳବତୀ କ୍ଷେତ୍ର ଅରଣ୍ୟରେ ପରିଣତ ହେବ।

Gade chapit la Kopi




ଯିଶାଇୟ 29:17
24 Referans Kwoze  

ଶେଷରେ ଊର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।


କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”


ଯେପରି ଶାସ୍ତ୍ରରେ ଲେଖାଅଛି, “କାରଣ ଆଉ ଅତି ଅଳ୍ପ ସମୟ ମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ବ କରିବେ ନାହିଁ।”


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ଶୁଷ୍କ ଭୂମିକୁ ହଲାଇବା;


କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।


ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।


କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;


ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।


କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନସ୍ୱରୂପ ହେବ।”


ଆମ୍ଭେ ପ୍ରାନ୍ତରରେ ଏରସ, ଶିଟୀମ୍‍ ଓ ମେହେନ୍ଦି ଓ ତୈଳବୃକ୍ଷ ରୋପଣ କରିବା; ଆମ୍ଭେ ମରୁଭୂମିରେ ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ଲଗାଇବା;


ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।


ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକୁ ଝରମୟ କରନ୍ତି।


ସେ ନଦ-ନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।


ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।


ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।


Swiv nou:

Piblisite


Piblisite