Biblia Todo Logo
Bib sou entènèt

- Piblisite -




ଯିଶାଇୟ 29:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ଵରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ଵରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ଵରଙ୍କୁ ସମ୍ଭ୍ରମ କରିବେ।

Gade chapit la Kopi

ଓଡିଆ ବାଇବେଲ

23 ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।

Gade chapit la Kopi

ପବିତ୍ର ବାଇବଲ

23 ସେମାନେ ଯେତେବେଳେ ମୋର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣଙ୍କୁ ନିଜ ମଧ୍ୟରେ ଦେଖିବେ ସେତେବେଳେ ସେମାନେ ମୋର ନାମକୁ ପବିତ୍ର ବୋଲି ମାନିବେ। ଆଉ ମଧ୍ୟ ଯାକୁବର ଧର୍ମସ୍ୱରୂପକୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ମାନ ଓ ଭକ୍ତି କରିବେ।

Gade chapit la Kopi




ଯିଶାଇୟ 29:23
18 Referans Kwoze  

କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।


ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, “ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।


ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।


ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, “ହେ ଈଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।”


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।”


ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।


ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ।


ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।


ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।”


ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍‍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।


ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।


Swiv nou:

Piblisite


Piblisite