Biblia Todo Logo
Bib sou entènèt

- Piblisite -




ଯିଶାଇୟ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କି ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋ’ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”

Gade chapit la Kopi

ପବିତ୍ର ବାଇବଲ

7 ମାତ୍ର ସେହି ଭାଇଟି ଉଚ୍ଚସ୍ୱରରେ କହିବ, “ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରି ପାରିବି ନାହିଁ। ମୋର ଗୃହରେ ପ୍ରଚୁର ଖାଦ୍ୟ ଓ ବସ୍ତ୍ର ନାହିଁ। ମୋତେ ତୁମ୍ଭେମାନେ ତୁମ୍ଭର ଶାସନକର୍ତ୍ତା କର ନାହିଁ।”

Gade chapit la Kopi




ଯିଶାଇୟ 3:7
10 Referans Kwoze  

ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।


“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।


ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।


ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?


ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!


ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।


କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ‘ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,


ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,


ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଲାସ କି ଅଲଗା କରାଯାଇ ନାହିଁ?


Swiv nou:

Piblisite


Piblisite