Biblia Todo Logo
Bib sou entènèt

- Piblisite -




ଯିଶାଇୟ 30:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ଵରୂପ ଓ ଉପପର୍ବତରେ ପତାକାର ଦଣ୍ତ ସ୍ଵରୂପ ହୋଇ ଅବଶିଷ୍ଟ ରହିବ।

Gade chapit la Kopi

ଓଡିଆ ବାଇବେଲ

17 ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।”

Gade chapit la Kopi

ପବିତ୍ର ବାଇବଲ

17 ଜଣେ ବ୍ୟକ୍ତିର ଧମକରେ ତୁମ୍ଭର ସହସ୍ର ଲୋକ ପଳାୟନ କରିବେ। ପାଞ୍ଚ ଜଣଙ୍କ ଧମକରେ ତୁମ୍ଭେମାନେ ସମସ୍ତେ ପଳାୟନ କରିବ। କେବଳ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡସ୍ୱରୂପ ହୋଇ ଅବଶିଷ୍ଟ ରହିବ।

Gade chapit la Kopi




ଯିଶାଇୟ 30:17
20 Referans Kwoze  

ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?


ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।


ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।


ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।


କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।


କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,


ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।


ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍‍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


ଆଉ, ଯଦିବା ତହିଁରେ ଦଶମାଂଶ ରହେ, ତଥାପି ତାହା ପୁନର୍ବାର ବିନଷ୍ଟ ହେବ; ଏଲା ଓ ଅଲୋନ ବୃକ୍ଷ ହଣା ଗଲେ ହେଁ ଯେପରି ତାହାର ଗଣ୍ଡି ରହେ; ସେହିପରି ସେହି ପବିତ୍ର ବଂଶ ଏହି ଗୋଷ୍ଠୀର ଗଣ୍ଡିସ୍ୱରୂପ ଅଟେ।”


ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।


ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


Swiv nou:

Piblisite


Piblisite