Biblia Todo Logo
Bib sou entènèt

- Piblisite -




ଯିଶାଇୟ 31:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକା ଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।

Gade chapit la Kopi

ଓଡିଆ ବାଇବେଲ

4 କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକା ଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।

Gade chapit la Kopi

ପବିତ୍ର ବାଇବଲ

4 ସଦାପ୍ରଭୁ ମୋତେ କହିଲେ, “ଯେତେବେଳେ ସିଂହ ଓ ଯୁବା ସିଂହ ଶିକାର ଧରେ ଓ ସେହି ମୃତ ପ୍ରାଣୀ ଉପରେ ସେତେବେଳେ ବହୁ ମେଷପାଳକ ତା’ ବିରୁଦ୍ଧରେ ଗର୍ଜନ କଲେ ହେଁ ସେ କେବେ ଭୟଭୀତ ହୁଏ ନାହିଁ।” ସେହିପରି ସଦାପ୍ରଭୁ ସର୍ବଶକ୍ତିମାନ ସିୟୋନ ପର୍ବତରେ ଓ ତା'ର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।

Gade chapit la Kopi




ଯିଶାଇୟ 31:4
21 Referans Kwoze  

ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”


ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’”


ସଦାପ୍ରଭୁ ବୀର ତୁଲ୍ୟ ବିଜେ କରିବେ; ସେ ଯୋଦ୍ଧାର ନ୍ୟାୟ ଆପଣା ଉଦ୍‍ଯୋଗ ଉତ୍ତେଜିତ କରିବେ; ସେ ଉଚ୍ଚସ୍ୱର କରିବେ, ହଁ, ସେ ମହାନାଦ କରିବେ; ସେ ଆପଣା ଶତ୍ରୁଗଣର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।


ସେହି ଦିନ ସଦାପ୍ରଭୁ ଯିରୂଶାଲମର ନିବାସୀଗଣକୁ ରକ୍ଷା କରିବେ ଓ ସେମାନଙ୍କ ମଧ୍ୟରେ ଯେଉଁ ଜନ ଦୁର୍ବଳ, ସେହି ଦିନ ସେ ଦାଉଦ ପରି ହେବ ଓ ଦାଉଦ ବଂଶ ପରମେଶ୍ୱରଙ୍କ ପରି, ସେମାନଙ୍କର ଅଗ୍ରଗାମୀ ସଦାପ୍ରଭୁଙ୍କର ଦୂତ ପରି ହେବେ।


ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।


ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।


ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।


ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।


ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”


ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”


ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।


ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍‍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।


ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।


ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”


ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”


ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।


ପୁଣି, ଯେଉଁ ନିରୂପିତ ଯଷ୍ଟି ସଦାପ୍ରଭୁ ତାହା ଉପରେ ଥୋଇବେ, ତହିଁର ପ୍ରତ୍ୟେକ ଆଘାତ ସମୟରେ ତବଲା ଓ ବୀଣା ବାଜିବ ଓ ସେ ସେମାନଙ୍କ ସହିତ ମହାଯୁଦ୍ଧ କରିବେ।


Swiv nou:

Piblisite


Piblisite