Biblia Todo Logo
Bib sou entènèt

- Piblisite -




ଯିଶାଇୟ 32:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ପାଷାଣ୍ତତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।

Gade chapit la Kopi

ଓଡିଆ ବାଇବେଲ

6 କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।

Gade chapit la Kopi

ପବିତ୍ର ବାଇବଲ

6 କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦୟରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ଯ୍ୟ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦେବ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ।

Gade chapit la Kopi




ଯିଶାଇୟ 32:6
33 Referans Kwoze  

କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;


“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।


“ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।


ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”


କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?


ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।


ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।


ଅଜ୍ଞାନ ପ୍ରତି ଜ୍ଞାନ ଅତି ଉଚ୍ଚ; ସେ ନଗର-ଦ୍ୱାରରେ ଆପଣା ମୁଖ ଫିଟାଏ ନାହିଁ।


ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।


ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।


ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।


ତଥାପି ସେ ମଧ୍ୟ ଜ୍ଞାନବାନ ଓ ସେ ଅମଙ୍ଗଳ ଘଟାଇବେ, ପୁଣି, ଆପଣା ବାକ୍ୟ ଅନ୍ୟଥା କରିବେ ନାହିଁ; ମାତ୍ର ସେ କୁକ୍ରିୟାକାରୀମାନଙ୍କ ବଂଶର ପ୍ରତିକୂଳରେ ଓ ଅଧର୍ମାଚାରୀମାନଙ୍କ ସହାୟଗଣର ପ୍ରତିକୂଳରେ ଉଠିବେ।


ସେମାନଙ୍କର ଚରଣ ଦୁଷ୍କର୍ମର ଆଡ଼େ ଦୌଡ଼େ ଓ ସେମାନେ ନିର୍ଦ୍ଦୋଷର ରକ୍ତପାତ କରିବାକୁ ବେଗଗାମୀ ହୁଅନ୍ତି; ସେମାନଙ୍କର ଚିନ୍ତାସବୁ ଅଧର୍ମର ଚିନ୍ତା; ସେମାନଙ୍କ ପଥରେ ଉଚ୍ଛିନ୍ନତା ଓ ବିନାଶ ଥାଏ।


ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।


ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।


ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦ ତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି?


Swiv nou:

Piblisite


Piblisite