Biblia Todo Logo
Bib sou entènèt

- Piblisite -




ଯିଶାଇୟ 34:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋʼ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ନୋହିବ, କେହି ଆପଣା ସଙ୍ଗିନୀବିହୀନ ନୋହିବ; କାରଣ ମୋʼ ମୁଖ ଦ୍ଵାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋ’ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥିରେ ଲିଖିତ ଅଛି ସେମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ରହିବେ ନାହିଁ। କେହି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମୋର ମୁଖଦ୍ୱାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଛି।

Gade chapit la Kopi




ଯିଶାଇୟ 34:16
22 Referans Kwoze  

ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।


ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।


କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।


ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।


ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନନ୍ତକାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ନଳାକାର ପୁସ୍ତକରେ ତାହା ଲିପିବଦ୍ଧ କର।


ଯେଉଁମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ବରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇପାରେ ନାହିଁ),


ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।


ତେବେ ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ; ପୁଣି, ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥଳୀମାନରେ ଆରୋହଣ କରାଇବା; ଆଉ, ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା: କାରଣ ସଦାପ୍ରଭୁଙ୍କର ମୁଖ ଏହା କହିଅଛି।”


ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।


ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”


ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।


ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”


ହେ ନଗର-ଦ୍ୱାର, ହାହାକାର କର; ହେ ନଗର, କ୍ରନ୍ଦନ କର; ହେ ପଲେଷ୍ଟୀୟେ, ତୁମ୍ଭର ସମୁଦାୟ ତରଳି ଯାଇଅଛି; କାରଣ ଉତ୍ତର ଦିଗରୁ ଧୂମ ଆସୁଅଛି ଓ କେହି ଆପଣା ନିରୂପିତ ସମୟରେ ଦୂରରେ ଠିଆ ହେଉ ନାହିଁ।”


ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”


ଊର୍ଦ୍ଧ୍ୱଦୃଷ୍ଟି କରି ଦେଖ, ଏହି ସମସ୍ତଙ୍କୁ କିଏ ସୃଷ୍ଟି କରିଅଛନ୍ତି? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।


ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।”


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite