Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?

Gade chapit la Kopi

ଓଡିଆ ବାଇବେଲ

20 ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋ’ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ ?

Gade chapit la Kopi

ପବିତ୍ର ବାଇବଲ

20 ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତା ମୋ’ ହସ୍ତରୁ ନିଜ ନିଜ ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୁଶାଲମକୁ ଉଦ୍ଧାର କରିବେ।

Gade chapit la Kopi




ଯିଶାଇୟ 36:20
17 Referans Kwoze  

ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିଲେ।


ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”


ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।


ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।”


ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଓ ମୋʼ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରିପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?”


ଏଥିଉତ୍ତାରେ ଅରାମ-ରାଜାର ଦାସମାନେ ତାହାକୁ କହିଲେ, “ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ ହେବା।


ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”


ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।’”


କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।


ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।


ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”


Swiv nou:

Piblisite


Piblisite