Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୋʼ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମୋʼ ପିତୃଲୋକମାନେ ଯେଉଁ ଗୋଶନ ଓ ହାରୋଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ-ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?

Gade chapit la Kopi

ଓଡିଆ ବାଇବେଲ

12 ମୋ’ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍‍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ ?

Gade chapit la Kopi

ପବିତ୍ର ବାଇବଲ

12 ମୋର ପୂର୍ବପୁରୁଷଗଣ ଯେଉଁ ଗୋଶନ, ହାରୋଣ ଓ ରେ‌‌‌ତ୍‌‌‌ଶଫ୍ ଦେଶୀୟମାନଙ୍କୁ ଏବଂ ତଳଃସର ନିବାସୀ ଏଦନ-ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କ’ଣ ସେମାନଙ୍କୁ ଉଦ୍ଧାର କଲେ?

Gade chapit la Kopi




ଯିଶାଇୟ 37:12
19 Referans Kwoze  

ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆ ଦେଶରେ ଥିଲେ, ସେତେବେଳେ ଗୌରବମୟ ଈଶ୍ବର ତାହାଙ୍କୁ ଦର୍ଶନ ଦେଇ କହିଲେ,


ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?


ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା।


ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।


ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ।”


ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା।


ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍‍ ତୁମ୍ଭର ବ୍ୟବସାୟୀ ଥିଲେ।


ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”


ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”


ଏଥିଉତ୍ତାରେ ଯାକୁବ ବେର୍‍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା।


ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମସୁନ୍ଦରୀ ଦେଖିଲେ।


ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।


ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”


ପୁଣି, ତେରହ ହାରଣ ନଗରରେ ଥାଇ ଦୁଇ ଶହ ପାଞ୍ଚ ବର୍ଷ ବୟସରେ ମଲା।


ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?


ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?


Swiv nou:

Piblisite


Piblisite