Biblia Todo Logo
Bib sou entènèt

- Piblisite -




ଯିଶାଇୟ 38:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ ସେପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।

Gade chapit la Kopi

ଓଡିଆ ବାଇବେଲ

13 ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।

Gade chapit la Kopi

ପବିତ୍ର ବାଇବଲ

13 ମୁଁ ସାହାଯ୍ୟ ପାଇଁ ପ୍ରଭାତ ପର୍ଯ୍ୟନ୍ତ କ୍ରନ୍ଦନ କଲି। ଯେପରି ସିଂହ ମୋର ଅସ୍ଥିସବୁ ଚୂର୍ଣ୍ଣ କରୁଅଛି। ଏକ ଦିବାରାତ୍ର ସ୍ୱଳ୍ପ ସମୟ ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।

Gade chapit la Kopi




ଯିଶାଇୟ 38:13
15 Referans Kwoze  

ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।


ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।


କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।


“ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।


ମୋʼ ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।


ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋʼ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।


ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ।


କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ଶକ୍ତି ଗ୍ରୀଷ୍ମକାଳୀନରେ ଭୂମି ଯେପରି ଶୁଷ୍କ ହୁଏ ସେହିପରି ଶୁଷ୍କ ହେଲା। [ସେଲା]


ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି।


ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ।


ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।


Swiv nou:

Piblisite


Piblisite