Biblia Todo Logo
Bib sou entènèt

- Piblisite -




ଯିଶାଇୟ 39:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେସମୟରେ ବଲଦନର ପୁତ୍ର ବାବିଲରାଜ ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ଵାଦ ସେ ଶୁଣିଥିଲା।

Gade chapit la Kopi

ଓଡିଆ ବାଇବେଲ

1 ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।

Gade chapit la Kopi

ପବିତ୍ର ବାଇବଲ

1 ସେହି ସମୟରେ ବାବିଲ ରାଜା ବ‌ଲ୍‌ଦନର ପୁତ୍ର ମରୋଦକ୍-ବ‌ଲ୍‌ଦନ୍ ହିଜକିୟ ନିକଟକୁ ପତ୍ର ଓ ଦର୍ଶନୀ ପଠାଇଲା। କାରଣ ହିଜକିୟଙ୍କର ଅସୁସ୍ଥତା ଓ ଆରୋଗ୍ୟ ଲାଭ ସେ ଶୁଣିଥିଲା।

Gade chapit la Kopi




ଯିଶାଇୟ 39:1
11 Referans Kwoze  

କଲ୍‍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।


ସେହି ଦିନ ତୁମ୍ଭେ ବାବିଲ ରାଜା ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, “ଉପଦ୍ରବକାରୀ କିପରି ଶେଷ ହୋଇଅଛି! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି!


ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍‍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ, ତାହା ପରମେଶ୍ୱରଙ୍କ ଦ୍ୱାରା ଉତ୍ପାଟିତ ସଦୋମ ଓ ହମୋରାର ତୁଲ୍ୟ ହେବ।


ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।


ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ିଦେଲେ।


ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ।


ତହିଁରେ ଦାଉଦ କହିଲେ, “ହାନୂନ୍‍ର ପିତା ନାହଶ୍‍ ଯେପରି ମୋʼ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।


ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍‍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍‍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା।


ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।


Swiv nou:

Piblisite


Piblisite