Biblia Todo Logo
Bib sou entènèt

- Piblisite -




ଯିଶାଇୟ 39:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧି ଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା ଓ ସୁନା ଓ ସୁଗନ୍ଧିଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ତାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କି ତାହାର ସମୁଦାୟ ରାଜ୍ୟରେ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧିଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

2 ଏଥିରେ ହିଜକିୟ ଅତିଶୟ ସନ୍ତୁଷ୍ଟ ହୋଇ ନିଜର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧିତ ଦ୍ରବ୍ୟ, ବହୁମୂଲ୍ୟ ତୈଳ, ନିଜର ଅସ୍ତ୍ରାଗାର ଓ ଆପଣା ଭଣ୍ଡାର ସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକିୟ ଯାହା ସେମାନଙ୍କୁ ନ ଦେଖାଇଲା ତାହା ତା'ର ଗୃହରେ କିମ୍ବା ସମଗ୍ର ରାଜ୍ୟରେ ନ ଥିଲା।

Gade chapit la Kopi




ଯିଶାଇୟ 39:2
18 Referans Kwoze  

ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ିଦେଲେ।


ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।


ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?


ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;


ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।


ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।


ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।


ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା ପୁଣି, ସେ ରୂପା, ସୁନା, ବହୁମୂଲ୍ୟ ପ୍ରସ୍ତର, ସୁଗନ୍ଧି ଦ୍ରବ୍ୟ, ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ଡାର ପ୍ରସ୍ତୁତ କଲେ;


ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା।


ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।


ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।


ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟି ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।


ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି, ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।


ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା, ଆଉ ଅତି ପ୍ରଚୁର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେତେ ସୁଗନ୍ଧି ଦ୍ରବ୍ୟ ଦେଲା, ସେତେ ବହୁଳ ପରିମାଣରେ ଆଉ କେବେ ଆସି ନାହିଁ।


ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।


ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।


Swiv nou:

Piblisite


Piblisite