Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ଵୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି; ଦେଖ, ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ଦେଖ, ପୃଥିବୀର ସମସ୍ତ ଗୋଷ୍ଠୀ ଏକ କଳସର ଏକ ଜଳବିନ୍ଦୁ ସଦୃଶ। ଯଦି ସଦାପ୍ରଭୁ ସମସ୍ତ ଗୋଷ୍ଠୀକୁ ନେଇ ତାଙ୍କ ତରାଜୁରେ ରଖନ୍ତି, ତେବେ ସେ ସବୁ ନିକିତିରେ ଧୂଳିକଣା ତୁଲ୍ୟ ହେବ। ସେ ଦ୍ୱୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ୟ ତୁଲ୍ୟ ଉଠାନ୍ତି।

Gade chapit la Kopi




ଯିଶାଇୟ 40:15
17 Referans Kwoze  

ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ; ସେ ଚନ୍ଦ୍ରାତପ ତୁଲ୍ୟ ଆକାଶମଣ୍ଡଳ ପ୍ରସାରନ୍ତି, ପୁଣି ବସତି ନିମନ୍ତେ ତମ୍ବୁ ତୁଲ୍ୟ ତାହା ବିସ୍ତାରନ୍ତି;


ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍‍ ଏହା ଘଟିବ।


ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।


ସେମାନଙ୍କର କର୍ମ ପ୍ରମାଣେ ସେ ଆପଣା ବିପକ୍ଷମାନଙ୍କୁ ପ୍ରଚଣ୍ଡ କୋପରୂପ ପ୍ରତିଦାନ ଓ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦେବେ; ଦ୍ୱୀପସମୂହକୁ ପ୍ରତିଫଳ ଦାନ କରିବେ।


ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ୱୀପସକଳ ଆପଣା ଆପଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।


ଏଥିଉତ୍ତାରେ ସେ ଦ୍ୱୀପଗଣର ବିରୁଦ୍ଧରେ ଯାଇ ଅନେକଙ୍କୁ ହସ୍ତଗତ କରିବ; ମାତ୍ର ଜଣେ ଅଧିପତି ତାହାର କୃତ ଅପମାନ ନିବୃତ କରାଇବ; ଆହୁରି, ସେ ତାହାର ଅପମାନ ତାହା ଉପରେ ବର୍ତ୍ତାଇବ।


ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍‍ ଓ ଲୁଦ୍‍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍‍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।


ଦ୍ୱୀପଗଣ ଦେଖି ଭୀତ ହେଲେ; ପୃଥିବୀର ପ୍ରାନ୍ତସକଳ କମ୍ପିତ ହେଲେ; ସେମାନେ ନିକଟବର୍ତ୍ତୀ ହୋଇ ଆସିଲେ।


ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।


ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।


ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?


ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।


ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।


ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।


ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”


Swiv nou:

Piblisite


Piblisite