Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନ; ପରମେଶ୍ଵର ସଦାପ୍ରଭୁ କ୍ଳା; ହୁଅନ୍ତି ନାହିଁ, କି ଶ୍ରା; ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।

Gade chapit la Kopi

ଓଡିଆ ବାଇବେଲ

28 ତୁମ୍ଭେ କି ଜାଣି ନାହଁ ? ତୁମ୍ଭେ କି ଶୁଣି ନାହଁ ? ପୃଥିବୀର ପ୍ରାନ୍ତସକଳର ସୃଷ୍ଟିକର୍ତ୍ତା ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ, କିମ୍ବା ଶ୍ରାନ୍ତ ହୁଅନ୍ତି ନାହିଁ; ତାହାଙ୍କର ବୁଦ୍ଧି ବୋଧର ଅଗମ୍ୟ।

Gade chapit la Kopi

ପବିତ୍ର ବାଇବଲ

28 ତୁମ୍ଭେ କ’ଣ ଜାଣି ନାହଁ? ତୁମ୍ଭେ କ’ଣ ଶୁଣି ନାହଁ? ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା। ଅନାଦି ଅନନ୍ତ ପରମେଶ୍ୱର। ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ। ତାଙ୍କର ବୁଦ୍ଧି ବୋଧର ଅଗମ୍ୟ।

Gade chapit la Kopi




ଯିଶାଇୟ 40:28
37 Referans Kwoze  

ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।


ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ? ପୃଥିବୀର ପତ୍ତନଠାରୁ କି ତୁମ୍ଭେମାନେ ବୁଝି ନାହଁ?


ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ?” କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ।


ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?


ଏଥିଉତ୍ତାରେ ଅବ୍ରହାମ ସେହି ବେର୍‍ଶେବା ନିକଟରେ ଏକ ଝାଉଁ ବୃକ୍ଷ ରୋପଣ କରି ସେହି ସ୍ଥାନରେ ଅନାଦି ଅନନ୍ତ ପରମେଶ୍ୱର ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!


ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,


ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;


ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”


ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।


ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।


ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ।


କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’”


ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”


ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।


ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ।


ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।


କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।


ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,


ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।”


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରସବକାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ? ତୁମ୍ଭର ପରମେଶ୍ୱର କହନ୍ତି, ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭରୋଧ କରିବା?


ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।


କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି ସେହି ସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ।


ସେ ପୃଥିବୀରେ ନ୍ୟାୟବିଚାର ସ୍ଥାପନ ନ କରିବା ପର୍ଯ୍ୟନ୍ତ ନିସ୍ତେଜ ଓ ହୀନସାହସ ହେବେ ନାହିଁ; ଆଉ, ଦ୍ୱୀପଗଣ ତାହାଙ୍କ ବ୍ୟବସ୍ଥାର ଅପେକ୍ଷାରେ ରହିବେ।


ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯଦି ଜାଣ, ପ୍ରକାଶ କର।


ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


Swiv nou:

Piblisite


Piblisite