Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାର-କାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ଵର କର, ଉଚ୍ଚସ୍ଵର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ଵରଣ!

Gade chapit la Kopi

ଓଡିଆ ବାଇବେଲ

9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !”

Gade chapit la Kopi

ପବିତ୍ର ବାଇବଲ

9 ହେ ଲୋକମାନେ, ସିୟୋନରେ ସୁସମାଗ୍ଭର ପ୍ରଗ୍ଭର କର, ଉଚ୍ଚ ପର୍ବତକୁ ଯାଅ। ଉଚ୍ଚ ସ୍ୱରରେ କୁହ, ହେ ଲୋକମାନେ ଯିରୁଶାଲମ ନିକଟରେ ସୁସମାଗ୍ଭର ପ୍ରଗ୍ଭର କର। ଜୋ‌ର୍‌ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, “ଦେଖ, ଏହିଠାରେ ତୁମ୍ଭର ପରମେଶ୍ୱର।”

Gade chapit la Kopi




ଯିଶାଇୟ 40:9
31 Referans Kwoze  

ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”


ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”


ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ,


ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,


କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।


ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।


“ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍‍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।


ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍‍ବିଗ୍ନ ହୁଅ ନାହିଁ।


ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ,” ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।


ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସୀମାରୟମ୍‍ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ ଓ ସମଗ୍ର ଇସ୍ରାଏଲ ଲୋକ, ମୋʼ କଥା ଶୁଣ;


ତହୁଁ ଲୋକମାନେ ଯୋଥମ୍‍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, “ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।


ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା-ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।


ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’


କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।


ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।


ଏଥିପାଇଁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ; ଏଥିପାଇଁ ଯେ କଥା କହନ୍ତି, ସେ ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ; ଦେଖ, ସେ ଆମ୍ଭେ।”


Swiv nou:

Piblisite


Piblisite