Biblia Todo Logo
Bib sou entènèt

- Piblisite -




ଯିଶାଇୟ 41:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ-ମର୍ଦ୍ଦନ-ଯନ୍ତ୍ର ସ୍ଵରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ଭୂଷି ତୁଲ୍ୟ କରିବ।

Gade chapit la Kopi

ଓଡିଆ ବାଇବେଲ

15 “ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ।

Gade chapit la Kopi

ପବିତ୍ର ବାଇବଲ

15 ଦେଖ, ମୁଁ ତୁମ୍ଭକୁ ତୀ‌କ୍ଷ୍‌ଣ ଛୁରିକା ବିଶିଷ୍ଟ ଏକ ନୂଆ ଶସ୍ୟ-ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବି, ତୁମ୍ଭେ କୃଷକ ଶସ୍ୟକୁ ମର୍ଦ୍ଦନ କଲାପରି ପର୍ବତଗୁଡ଼ିକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗୁଡ଼ିକୁ ଭୂଷି ତୁଲ୍ୟ କରିବ।

Gade chapit la Kopi




ଯିଶାଇୟ 41:15
20 Referans Kwoze  

ହେ ସିୟୋନ କନ୍ୟେ, ଉଠ, ଶସ୍ୟମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”


ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।


ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।


ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।


ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।


ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।


ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍‍ ଏହା ଘଟିବ।


ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦ-ନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା।


ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।”


ପୁଣି, ଆମ୍ଭେ ଦେଶକୁ ଧ୍ୱଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ୱଂସିତ ହେବ, ତହିଁରେ କେହି ତହିଁ ମଧ୍ୟଦେଇ ଗମନ କରିବେ ନାହିଁ।


ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।


ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।


ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହ ରଥ ଥିଲେ ହେଁ ଓ ସେମାନେ ପରାକ୍ରାନ୍ତ ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ।”


ତେବେ ସଦାପ୍ରଭୁ ତାହାକୁ କହିଲେ, “ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକ ଜଣକୁ ସଂହାର କରୁଅଛ।”


ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ।


Swiv nou:

Piblisite


Piblisite