Biblia Todo Logo
Bib sou entènèt

- Piblisite -




ଯିଶାଇୟ 41:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇ ଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ଵରୂପଙ୍କଠାରେ ଦର୍ପ କରିବ।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ, ବାୟୁ ସେମାନଙ୍କୁ ଉଡ଼ାଇ ନେଇ ଯିବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ; ପୁଣି, ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଦର୍ପ କରିବ।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେ ସେମାନଙ୍କୁ କୁଲାରେ ଉଡ଼ାଇଲେ ବାୟୁ ସେମାନଙ୍କୁ ଉଡ଼ାଇ ଦେବ ଓ ଘୂର୍ଣ୍ଣିବାୟୁ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବ। ପୁଣି ତୁମ୍ଭେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କରିବ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଗର୍ବ କରିବ।’

Gade chapit la Kopi




ଯିଶାଇୟ 41:16
31 Referans Kwoze  

ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ।


ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।


ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”


ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।


ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”


ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।


ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”


ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;


ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍‍ ଏହା ଘଟିବ।


ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ଡିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ।


କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।


ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।


ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।


ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।”


ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।


ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ।


ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ।


ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।


ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।


Swiv nou:

Piblisite


Piblisite