Biblia Todo Logo
Bib sou entènèt

- Piblisite -




ଯିଶାଇୟ 41:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ଵରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।

Gade chapit la Kopi

ଓଡିଆ ବାଇବେଲ

20 ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।”

Gade chapit la Kopi

ପବିତ୍ର ବାଇବଲ

20 ଲୋକମାନେ ଏହା ଦେଖି ବୁଝିବେ ଓ ଜାଣିବେ ଏବଂ ବିବେଚନା କରିବେ ଯେ ସଦାପ୍ରଭୁଙ୍କ ହସ୍ତ ଏହିକାର୍ଯ୍ୟ କରିଅଛି ଓ ଇସ୍ରାଏଲର ପରମେଶ୍ୱର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି।”

Gade chapit la Kopi




ଯିଶାଇୟ 41:20
20 Referans Kwoze  

ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?


ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।


ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍‍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।


ତହିଁରେ ଏହି ତୁମ୍ଭର ହସ୍ତ ବୋଲି ଓ ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ।


କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।


ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ‘ପରମେଶ୍ୱର କି କର୍ମ କରିଅଛନ୍ତି!’


ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।


ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”


ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”


ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”


ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ।


ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।


ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ।


କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।


Swiv nou:

Piblisite


Piblisite