Biblia Todo Logo
Bib sou entènèt

- Piblisite -




ଯିଶାଇୟ 43:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ନୋହିବ , କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦ‌ଗ୍‌ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।

Gade chapit la Kopi




ଯିଶାଇୟ 43:2
40 Referans Kwoze  

ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”


ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।


ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।


ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।


ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।


ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।


“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”


କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।


ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;


ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ଦେଖ, ସଦାପ୍ରଭୁଙ୍କର ନାମ ତାହାଙ୍କ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି; ତାହାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାହାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ;


ସୈନ୍ୟାଧିପତି ସଦାପ୍ରଭୁ ମେଘ ଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ।


କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”


ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍‍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ।


ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;


ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ, ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।


ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”


ପୁଣି ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ଏହି ତିନି ଜଣ ବନ୍ଧା ହୋଇ ପ୍ରଜ୍ୱଳିତ ଅଗ୍ନିକୁଣ୍ଡ ମଧ୍ୟରେ ପଡ଼ିଲେ।


ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”


ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଙ୍କଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।


Swiv nou:

Piblisite


Piblisite