Biblia Todo Logo
Bib sou entènèt

- Piblisite -




ଯିଶାଇୟ 43:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତୁମ୍ଭେ ରୌପ୍ୟ ମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ଵାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳା; କରିଅଛ।

Gade chapit la Kopi

ଓଡିଆ ବାଇବେଲ

24 ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।

Gade chapit la Kopi

ପବିତ୍ର ବାଇବଲ

24 ତୁମ୍ଭେ ଆମ୍ଭର ସମ୍ମାନ ନିମନ୍ତେ ସୁଗନ୍ଧି ଦ୍ରବ୍ୟ କ୍ରୟ କରିବାକୁ ରୌପ୍ୟ ମୁଦ୍ରା ଦେଇ ନାହଁ। କିମ୍ବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ, ମାତ୍ର ଆପଣା ପାପଦ୍ୱାରା ଆମ୍ଭକୁ ଦାସ୍ୟ କର୍ମ କରାଇଛ ଓ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।

Gade chapit la Kopi




ଯିଶାଇୟ 43:24
18 Referans Kwoze  

ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?


ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।


ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହି ସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହି ସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।


ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍‍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।


ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।


ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;”


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”


“ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।


ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ, ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।


ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, “ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;


ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍‍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।


ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।


ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି।


Swiv nou:

Piblisite


Piblisite