Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟ ମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକାବେଳେ ଲଜ୍ଜିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକା ବେଳେ ଲଜ୍ଜିତ ହେବେ।

Gade chapit la Kopi

ଓଡିଆ ବାଇବେଲ

11 ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟ ମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକା ବେଳେ ଲଜ୍ଜିତ ହେବେ।

Gade chapit la Kopi

ପବିତ୍ର ବାଇବଲ

11 ଯେଉଁ ଶ୍ରମିକଗଣ ସେହି ପ୍ରତିମା ନିର୍ମାଣ କରିଛନ୍ତି, ସେମାନେ ମନୁଷ୍ୟ ମାତ୍ର, ସେମାନେ ପରମେଶ୍ୱର ନୁହନ୍ତି। ସେମାନେ ସମସ୍ତେ ଯଦି ଏକତ୍ରିତ ହୋଇ ଆଲୋଚନା କରିବେ, ତେବେ ସେମାନେ ସମ୍ପୂର୍ଣ୍ଣ ଲଜ୍ଜିତ ହେବେ ଏବଂ କମ୍ପିତ ହେବେ।

Gade chapit la Kopi




ଯିଶାଇୟ 44:11
22 Referans Kwoze  

ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ “ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର” ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।


ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।


କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।


ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।


ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।


ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।


ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।


ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।


ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;


ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।


ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।


Swiv nou:

Piblisite


Piblisite