Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳ ପାନ ନ କରି କ୍ଳାନ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେନ୍ତ ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳପାନ ନ କରି କ୍ଳା; ହୁଏ।

Gade chapit la Kopi

ଓଡିଆ ବାଇବେଲ

12 କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳପାନ ନ କରି କ୍ଳାନ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ

12 କର୍ମକାର ପ୍ରତିମା ଗଢ଼ିଲା ବେଳେ ଲାଲ୍ ଉତ୍ତପ୍ତ ଅଙ୍ଗାରରେ କର୍ମ କରେ ଓ ନିଜର ବଳିଷ୍ଠ ବାହୁ ସାହାଯ୍ୟରେ ହାତୁଡ଼ିରେ ତାହାର ଆକାର ତିଆରି କରେ, ଯେତେବେଳେ ସେ କ୍ଷୁଧାର୍ତ୍ତ ହୁଏ, ତା'ର ଶକ୍ତି ହରାଏ ଓ ଜଳପାନ ନ କଲେ ଦୁର୍ବଳ ହୋଇଯାଏ।

Gade chapit la Kopi




ଯିଶାଇୟ 44:12
11 Referans Kwoze  

ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ, ଆଉ ତହିଁ ନିମନ୍ତେ ରୂପା ଜଞ୍ଜିର ପ୍ରସ୍ତୁତ କରେ।


ଦେଖ, ଜନବୃନ୍ଦ ଅଗ୍ନିର ନିମନ୍ତେ ପରିଶ୍ରମ କରନ୍ତି ଓ ଗୋଷ୍ଠୀଗଣ ଅସାରତାର ନିମନ୍ତେ ଆପଣାମାନଙ୍କୁ କ୍ଳାନ୍ତ କରନ୍ତି, ଏହା କି ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ ନାହିଁ?


ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, ‘ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।’”


ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”


ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।


ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ, ସେ ଅଟଳ ଏକ ଖୋଦିତ ପ୍ରତିମା ନିର୍ମାଣ କରିବା ପାଇଁ ଜଣେ ନିପୁଣ ଶିଳ୍ପକରର ଅନ୍ୱେଷଣ କରେ।


ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ?


ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ।


Swiv nou:

Piblisite


Piblisite