Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ୱାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ୱାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ଵାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ଵାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ।

Gade chapit la Kopi

ଓଡିଆ ବାଇବେଲ

13 ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ୱାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ୱାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ।

Gade chapit la Kopi

ପବିତ୍ର ବାଇବଲ

13 ଅନ୍ୟ ଜଣେ ଶ୍ରମିକ ସୁତାଧରି ସିନ୍ଦୂରରେ ଚିହ୍ନ ହୋଇ କାଠ ଉପରେ ରନ୍ଦା ବୁଲାଇ ପ୍ରତିମାର ଆକୃତି କରେ। ସେ ତା'ର ହତିଆର ଓ ମାପ ଯନ୍ତ୍ର ବ୍ୟବହାର କରି ଠିକ୍ ମନୁଷ୍ୟ ଆକୃତିର ପ୍ରତିମା ଗଢ଼େ। ସେ ପ୍ରତିମାଗୁଡ଼ିକ ଘରେ କିମ୍ବା ମନ୍ଦିରରେ ରହିବା ପାଇଁ ମନୁଷ୍ୟର ସୁନ୍ଦରତାରେ ମନୁଷ୍ୟର ପ୍ରତିମାରେ ତିଆରି ହୋଇଛି।

Gade chapit la Kopi




ଯିଶାଇୟ 44:13
18 Referans Kwoze  

ପୁଣି, ଅକ୍ଷୟ ଈଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।


ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”


ଏହିରୂପେ ସୂତ୍ରଧର ସ୍ୱର୍ଣ୍ଣକାରକୁ ସାହସ ଦେଲା ଓ ହାତୁଡ଼ିରେ ସମାନ କରିବା ଲୋକ “ଯୋଡ଼ କର୍ମ ଉତ୍ତମ ହୋଇଅଛି” ବୋଲି କହି, ନେହାଇରେ ପିଟିବା ଲୋକକୁ ଆଶ୍ୱାସ ଦେଲା; ପୁଣି, ପ୍ରତିମାଟି ଯେପରି ଟଳଟଳ ନ ହୁଏ, ଏଥିପାଇଁ ସେ କଣ୍ଟାରେ ତାହା ଦୃଢ଼ କଲା।


ତହିଁରେ ସେ କହିଲା, “ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଅଛ, ‘ତୁମ୍ଭର କଅଣ ହେଲା?’”


“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍‍” (ଏହିପରି ହେଉ)।


ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।


ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।


ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼ ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା।


ଆଉ ପିତୃଗୃହକୁ ଝୁରିବାରୁ ଯଦି ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ?”


ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।


ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।


ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର, ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି।


ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟସ୍ଥାନରେ ଶାଫନ୍‍ର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।


Swiv nou:

Piblisite


Piblisite