Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟୀ ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ତବତ କରେ।

Gade chapit la Kopi

ଓଡିଆ ବାଇବେଲ

15 ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।

Gade chapit la Kopi

ପବିତ୍ର ବାଇବଲ

15 ସେହି ବ୍ୟକ୍ତି ଏରସକୁ ଜାଳେଣି ରୂପେ ବ୍ୟବହାର କରେ। ସେ ତାକୁ ଛୋଟ ଛୋଟ ଖଣ୍ଡ କରି ସେଥିରେ ଅଗ୍ନି ସଂଯୋଗ କରି ତାପ ପାଏ। ସେ ସେହି ନିଆଁରେ ରୋଟୀ ତିଆରି କରେ, ଆଉ ମଧ୍ୟ ସେହି କାଠର କିଛି ଅଂଶରେ ଦେବତା କରି ତାକୁ ପୂଜା କରେ ଓ ଏକ ଖୋଦିତ ପ୍ରତିମା କରି ତାହା ସମ୍ମୁଖରେ ଦଣ୍ଡବତ କରେ।

Gade chapit la Kopi




ଯିଶାଇୟ 44:15
10 Referans Kwoze  

ଅମତ୍‍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।


ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍‍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,


ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।


ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି?


ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।


ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।


ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, “ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।”


ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”


ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।


ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳି ନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।


Swiv nou:

Piblisite


Piblisite