Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, “କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ,” ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଦକ୍ଷିଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।

Gade chapit la Kopi

ଓଡିଆ ବାଇବେଲ

20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”

Gade chapit la Kopi

ପବିତ୍ର ବାଇବଲ

20 ଯେ ଭସ୍ମ ଭୋଜନ କରେ, ସେ ନିଜର ଜୀବନକୁ ରକ୍ଷା କରିପାରେ ନାହିଁ। ମୋ’ ଦକ୍ଷିଣ ହସ୍ତରେ ଏହି ସମସ୍ତ ବିଷୟରେ କ’ଣ କୌଣସି ମିଥ୍ୟା ନାହିଁ? କହିପାରେ ନାହିଁ। “ଏଣୁ ତା'ର ଭ୍ରାନ୍ତଚିତ୍ତ ତାକୁ ବିପଥଗାମୀ କରିଛି।”

Gade chapit la Kopi




ଯିଶାଇୟ 44:20
29 Referans Kwoze  

ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।


କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।


ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।


ଯେବେ ଆମ୍ଭେମାନେ, ଅବିଶ୍ୱସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ୱସ୍ତ, କାରଣ ସେ ଆପଣାକୁ ଅସ୍ୱୀକାର କରିପାରନ୍ତି ନାହିଁ।


କାରଣ ସେମାନେ ଈଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍‍।


ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।


ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ।


ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।


ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;


ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ବାଞ୍ଛା କରୁଥିଲା, କିନ୍ତୁ କେହି ତାହାକୁ କିଛି ଦେଉ ନ ଥିଲେ।


ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ?


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।


ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।


ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।


“ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?


ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।


ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।


ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।


କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;”


ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?


Swiv nou:

Piblisite


Piblisite