Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆମ୍ଭେ କୋରସ୍‍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆମ୍ଭେ କୋରସ୍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।

Gade chapit la Kopi

ଓଡିଆ ବାଇବେଲ

28 ଆମ୍ଭେ କୋରସ୍‍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନଃର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।”

Gade chapit la Kopi

ପବିତ୍ର ବାଇବଲ

28 ଆମ୍ଭେ କୋରସ୍ ବିଷୟରେ କହୁ, “ତୁମ୍ଭେ ଆମ୍ଭ ମେଷପାଳକ, ତୁମ୍ଭେ ଆମ୍ଭର ମଙ୍ଗଳ କରିବ। ତୁମ୍ଭେ ଯିରୁଶାଲମ ‘ପୁନଃନିର୍ମିତ ହେବ ବୋଲି କହିବ।’ ପୁଣି ମନ୍ଦିରର ‘ମୂଳଦୁଆ ସ୍ଥାପିତ ହେବ ବୋଲି ତୁମ୍ଭେ କହିବ।’”

Gade chapit la Kopi




ଯିଶାଇୟ 44:28
23 Referans Kwoze  

ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନରେ ପ୍ରବୃତ୍ତି ଜନ୍ମାନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା,


ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍‍, କୋରସ୍‍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;


ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ତୃତୀୟ ବର୍ଷରେ ବେଲ୍‍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା।


ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ିଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,


ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।


ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।


ଆମ୍ଭେ ପର୍ବତ ଓ ଉପପର୍ବତଗଣକୁ ଧ୍ୱଂସିତ କରିବା ଓ ତହିଁର ତୃଣସବୁ ଶୁଷ୍କ କରିବା; ଆଉ, ଆମ୍ଭେ ନଦ-ନଦୀକୁ ଦ୍ୱୀପ ଓ ଜଳାଶୟକୁ ଶୁଷ୍କ କରିବା।


ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ? ଏହି ଯେ, “ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।”


“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”


ଯିରିମୀୟଙ୍କ ମୁଖ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ସଫଳାର୍ଥେ ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ସଦାପ୍ରଭୁ ପାରସ୍ୟର ରାଜା କୋରସ୍‍ର ମନକୁ ଉଦ୍ଦୀପିତ କରନ୍ତେ, ସେ ଆପଣା ରାଜ୍ୟର ସର୍ବତ୍ର ଘୋଷଣା କରାଇ, ମଧ୍ୟ ଲେଖାଇ ଏହି କଥା ପ୍ରଚାର କରାଇଲା, ଯଥା,


“ପାରସ୍ୟର ରାଜା କୋରସ୍‍ ଏହା କହନ୍ତି, ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର, ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ ଆମ୍ଭକୁ ଆଜ୍ଞା କରିଅଛନ୍ତି।


ଆମ୍ଭେ ପ୍ରଥମେ ସିୟୋନକୁ କହିବା, “ଦେଖ, ସେମାନଙ୍କୁ ଦେଖ,” ପୁଣି ଆମ୍ଭେ ଯିରୂଶାଲମକୁ ସୁସମାଚାର ଆଣିବାର ଏକ ଲୋକ ଦେବା।


ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।


ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।


ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।


ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।


ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


Swiv nou:

Piblisite


Piblisite