Biblia Todo Logo
Bib sou entènèt

- Piblisite -




ଯିଶାଇୟ 45:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ିଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ି ଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ , ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

13 ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ି ଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

13 ଆମ୍ଭେ ତାଙ୍କୁ ଭଲ କାର୍ଯ୍ୟ ଉଦ୍ଦେଶ୍ୟରେ ଜାଗରିତ କରୁ, ସେ ଆମ୍ଭର ନଗର ନିର୍ମାଣ କରିବ। ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ମୁକ୍ତ କରିବ। ସେଥିପାଇଁ ସେ କୌଣସି ମୂଲ୍ୟ ବା ପୁରସ୍କାର ଆମ୍ଭଠାରୁ ନେବ ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କୁହନ୍ତି।

Gade chapit la Kopi




ଯିଶାଇୟ 45:13
19 Referans Kwoze  

ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।


ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।


ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ୱାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।


ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା, ସେମାନେ ରୂପାକୁ ଅନାଇବେ ନାହିଁ ଓ ସୁନାରେ ସେମାନେ ତୁଷ୍ଟ ହେବେ ନାହିଁ।


ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।


ଆମ୍ଭେ କୋରସ୍‍ ବିଷୟରେ କହୁ, ‘ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ;’ ସେ ଯିରୂଶାଲମ ବିଷୟରେ କହିବ, ‘ତାହା ପୁନଃନିର୍ମିତ ହେବ’ ଓ ମନ୍ଦିରକୁ କହିବ, ‘ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।’”


“ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,


ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।


ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।


ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।


ଆପଣାର ସବୁ ଗତିରେ ତାହାଙ୍କୁ ସ୍ୱୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।


ଯେ ଜଗତକୁ ଅରଣ୍ୟ ତୁଲ୍ୟ କଲା ଓ ତହିଁର ନଗରସମୂହକୁ ଉତ୍ପାଟନ କଲା; ଯେ ଆପଣା ବନ୍ଦୀଗଣକୁ ସେମାନଙ୍କ ଗୃହକୁ ଯିବାକୁ ଛାଡ଼ିଲା ନାହିଁ, ସେ କି ଏହି ପୁରୁଷ?’


“ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;


ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରିଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ।


Swiv nou:

Piblisite


Piblisite