Biblia Todo Logo
Bib sou entènèt

- Piblisite -




ଯିଶାଇୟ 45:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସଦାପ୍ରଭୁ ଏହି କଥା କହନ୍ତି, ମିସରର ପରିଶ୍ରମର ଓ କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଲରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ଵର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ଵର ନାହାନ୍ତି ।

Gade chapit la Kopi

ଓଡିଆ ବାଇବେଲ

14 ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”

Gade chapit la Kopi

ପବିତ୍ର ବାଇବଲ

14 ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”

Gade chapit la Kopi




ଯିଶାଇୟ 45:14
41 Referans Kwoze  

ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”


ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ବର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ।


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।


ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।


ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।”


ଆଉ, ତାହା ସଙ୍ଗେ ନିଶ୍ଚିନ୍ତ ଲୋକସମୂହର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ।


କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।


ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।


ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦ-ନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ।


ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ।


ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,


ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।


ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ,


ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।


ପୁଣି, ସେମାନଙ୍କ ବଂଶ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଓ ସେମାନଙ୍କ ସନ୍ତାନଗଣ ଗୋଷ୍ଠୀସମୂହର ମଧ୍ୟରେ ବିଖ୍ୟାତ ହେବେ; ସେମାନେ ସଦାପ୍ରଭୁଙ୍କର ଆଶୀର୍ବାଦ ପ୍ରାପ୍ତ ବଂଶ ବୋଲି ସେମାନଙ୍କୁ ଦେଖିବା ଲୋକ ସମସ୍ତେ ସ୍ୱୀକାର କରିବେ।


ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି। ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।


ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କʼଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”


ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।


ଏଥିମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”


ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।


ଏହାପରେ ପୁନର୍ବାର ଗାଥ୍‍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।


ଏହିରୂପେ ସେମାନେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ, ଇସ୍ରାଏଲ-ସନ୍ତାନଗଣ ନିକଟରେ ସେହି ଦେଶର ଅଖ୍ୟାତି କରି କହିଲେ, “ଆମ୍ଭେମାନେ ଯେଉଁ ଦେଶର ମଧ୍ୟଦେଇ ଅନୁସନ୍ଧାନ କରିବାକୁ ଯାଇଥିଲୁ, ସେହି ଦେଶ ସ୍ୱନିବାସୀମାନଙ୍କୁ ଗ୍ରାସ କରେ, ପୁଣି, ତହିଁ ମଧ୍ୟରେ ଆମ୍ଭେମାନେ ଯେତେ ଲୋକଙ୍କୁ ଦେଖିଲୁ, ସେମାନେ ବଡ଼ ଡେଙ୍ଗା।


ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”


ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ।


ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;


ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ।


ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ।


କାରଣ ତୁମ୍ଭେ ଡାହାଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଓ ନରଶୂନ୍ୟ ନଗରସମୂହକୁ ବସତି ସ୍ଥାନ କରାଇବେ।


ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।


ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।


Swiv nou:

Piblisite


Piblisite