Biblia Todo Logo
Bib sou entènèt

- Piblisite -




ଯିଶାଇୟ 45:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକ-ମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 “ହେ ନାନା ଦେଶୀୟ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ରିତ ହୋଇ ଆସ। ଏକ ସଙ୍ଗେ ନିକଟକୁ ଆସ। ଯେଉଁମାନେ ନିଜର ଖୋଦିତ ପ୍ରତିମାର କାଠ ବହନ କରି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।

Gade chapit la Kopi




ଯିଶାଇୟ 45:20
32 Referans Kwoze  

ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରିପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।”


ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ।


ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।


ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।


ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ବରଙ୍କ ସହିତ ମିଳିତ କରାନ୍ତି।


ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର।


ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।


ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।


ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।


ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।”


ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।


“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।


ଏହେତୁ ଅମତ୍‍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”


କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।


ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।


ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି?


ତୁମ୍ଭେ ଯେଉଁମାନଙ୍କୁ ସଂଗ୍ରହ କରିଅଛ, ତୁମ୍ଭେ କାନ୍ଦିବା ବେଳେ ସେମାନେ ଉଦ୍ଧାର କରନ୍ତୁ; ମାତ୍ର ବାୟୁ ସେମାନଙ୍କୁ ଉଡ଼ାଇ ନେବ, ଏକ ନିଶ୍ୱାସ ସେସମସ୍ତଙ୍କୁ ନେଇଯିବ; କିନ୍ତୁ ଯେଉଁ ଲୋକ ଆମ୍ଭର ଶରଣ ନିଏ, ସେ ଦେଶ ଅଧିକାର କରିବ ଓ ଆମ୍ଭ ପବିତ୍ର ପର୍ବତର ଅଧିକାରୀ ହେବ।


ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବେଥେଲ୍‍ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।


ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି।


Swiv nou:

Piblisite


Piblisite