Biblia Todo Logo
Bib sou entènèt

- Piblisite -




ଯିଶାଇୟ 45:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବକାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ଵର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ଵର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।

Gade chapit la Kopi

ପବିତ୍ର ବାଇବଲ

21 ତୁମ୍ଭେମାନେ ଆସ ଓ ତାହା ଉପସ୍ଥିତ କର; ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ। ବହୁକାଳରୁ “କିଏ ଏହା ଜଣାଇ ଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କ’ଣ ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ଧର୍ମଗୀତ ପରମେଶ୍ୱର ଓ ତ୍ରାଣକର୍ତ୍ତା, ଆମ୍ଭ ଛଡ଼ା ଆଉ କେହି ନାହିଁ।

Gade chapit la Kopi




ଯିଶାଇୟ 45:21
33 Referans Kwoze  

ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;


ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।


ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ।


ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।


“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।


ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।”


କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; “ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”


କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।


ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? “ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”


“ଆମ୍ଭେ ପୂର୍ବକାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍‍ ସେହି ସବୁ ଘଟିଲା।


ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଆଦ୍ୟରୁ କିଏ ଏହା ପ୍ରକାଶ କରିଅଛି? ପୁଣି, ସେ ଧାର୍ମିକ ବୋଲି ଯେପରି ଆମ୍ଭେମାନେ କହି ପାରିବା, ଏଥିପାଇଁ ପୂର୍ବରୁ କିଏ ଏହା ପ୍ରକାଶ କରିଅଛି? ହଁ, ପ୍ରକାଶକାରୀ କେହି ନାହିଁ, ହଁ, ଦେଖାଇବା ଲୋକ କେହି ନାହିଁ, ହଁ, ତୁମ୍ଭମାନଙ୍କ କଥା ଶୁଣିବା ଲୋକ କେହି ନାହିଁ।


“ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।”


ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।


ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।


ପ୍ରାଚୀନକାଳରୁ ଈଶ୍ବର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।’


ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।


ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।


ତୁମ୍ଭେ ଅନ୍ୟଦେଶୀୟମାନଙ୍କର ଦୁଗ୍ଧ ପାନ କରିବ ଓ ରାଜାଗଣର ସ୍ତନ ଚୁଷିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା ଅଟୁ, ଏହା ତୁମ୍ଭେ ଜାଣିବ।


ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।


ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ।


ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।


Swiv nou:

Piblisite


Piblisite