Biblia Todo Logo
Bib sou entènèt

- Piblisite -




ଯିଶାଇୟ 47:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।

Gade chapit la Kopi

ପବିତ୍ର ବାଇବଲ

12 ବର୍ତ୍ତମାନ ତୁମ୍ଭେମାନେ ମାୟାବୀ ଯାଦୁବିଦ୍ୟା ଉପରେ ନିର୍ଭର କର, ଯାହା ତୁମ୍ଭେମାନେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭେମାନେ ସେଗୁଡ଼ିକୁ ବ୍ୟବହାରରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭେମାନେ ଜିତିପାର।

Gade chapit la Kopi




ଯିଶାଇୟ 47:12
22 Referans Kwoze  

ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।


ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।


ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା; ତହିଁରେ ସେମାନେ ପ୍ରତିମା, ମୋହକ, ଭୂତୁଡ଼ିଆ ଓ ଗୁଣିଆମାନଙ୍କର ଅନ୍ଵେଷଣ କରିବେ।


ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”


ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା।


ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।


ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।


ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।


“ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କୁହନ୍ତୁ;


ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।


ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍‍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।


ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍‍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।


ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍‍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।


ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।”


Swiv nou:

Piblisite


Piblisite