Biblia Todo Logo
Bib sou entènèt

- Piblisite -




ଯିଶାଇୟ 47:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ଵଳ; ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ଵରୂପ ନୋହିବ।

Gade chapit la Kopi

ଓଡିଆ ବାଇବେଲ

14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 “ସେମାନେ ତ ନିଜକୁ ରକ୍ଷା କରି ପାରିବେ ନାହିଁ, ସେମାନେ କୁଟାପରି ଅଗ୍ନିରେ ଦ‌ଗ୍‌ଧିଭୂତ ହେବେ। ସେମାନେ ଅଗ୍ନିଶିଖାର ବଳରୁ ନିଜକୁ ଉଦ୍ଧାର କରି ପାରିବେ ନାହିଁ। ତାହା ଏପରି ଦ‌ଗ୍‌ଧିଭୂତ ହେବ ଯେକୌଣସି ଅଙ୍ଗାର ରହିବ ନାହିଁ, ଫଳରେ ଉଷ୍ଣ ହେବାକୁ ତାହା ରହିବ ନାହିଁ।

Gade chapit la Kopi




ଯିଶାଇୟ 47:14
21 Referans Kwoze  

କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।


ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।


ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ୍ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, “ଏହିପରି ମହାବଳରେ, ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।


ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?


ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।


ପର୍ବତଗଣର ଶୃଙ୍ଗରେ ରଥସମୂହର ଶବ୍ଦ ତୁଲ୍ୟ ସେମାନେ କୁଦନ୍ତି, ନଡ଼ାଗ୍ରାସକାରୀ ଅଗ୍ନିଶିଖାର ଶବ୍ଦ ତୁଲ୍ୟ, ସେମାନେ ଯୁଦ୍ଧାର୍ଥେ ଶ୍ରେଣୀବଦ୍ଧ ବଳବତୀ ଗୋଷ୍ଠୀ ତୁଲ୍ୟ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”


ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।


ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।


ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ଡିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ।


ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।”


ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନିଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?


ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, “ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।”


ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।


Swiv nou:

Piblisite


Piblisite