Biblia Todo Logo
Bib sou entènèt

- Piblisite -




ଯିଶାଇୟ 47:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ଵକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ନୋହିବ।

Gade chapit la Kopi

ଓଡିଆ ବାଇବେଲ

5 ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 “ଆଗୋ କ‌‌ଲ୍‌‌ଦୀୟ କନ୍ୟାଗଣ, ତୁମ୍ଭେମାନେ ଅନ୍ଧାରକୁ ଯାଇ ନୀରବରେ ବସ। କାରଣ ତୁମ୍ଭେମାନେ ‘ରାଜ୍ୟର ଆଉ ରାଣୀ’ ବୋଲି କଥିତ ହେବ ନାହିଁ।

Gade chapit la Kopi




ଯିଶାଇୟ 47:5
25 Referans Kwoze  

ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।


ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।


ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।


ଆଉ ଯେଉଁ ସ୍ତ୍ରୀଲୋକକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ୱ କରୁଥିବା ମହାନଗରୀକୁ ବୁଝାଏ।


ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି।


ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”


ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି!


ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।


ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।


ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।


ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”


ସେହି ଦିନ ତୁମ୍ଭେ ବାବିଲ ରାଜା ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, “ଉପଦ୍ରବକାରୀ କିପରି ଶେଷ ହୋଇଅଛି! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି!


କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।


“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”


ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।


ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।


ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”


ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ।


ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।


Swiv nou:

Piblisite


Piblisite