ଯିଶାଇୟ 47:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,” Gade chapit laପବିତ୍ର ବାଇବଲ (Re-edited) - (BSI)8 ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ; Gade chapit laଓଡିଆ ବାଇବେଲ8 ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,” Gade chapit laପବିତ୍ର ବାଇବଲ8 ହେ ସୁଖଭୋଗିନୀ! ଏବେ ଏହା ଶୁଣ, ତୁମ୍ଭେମାନେ ନିରାପଦରେ ବାସ କରି ନିଜେ ନିଜେ କହୁଅଛ, ‘ଆମ୍ଭେ ମହାନ, ଆମ୍ଭ ଛଡ଼ା ଆଉ କେହି ନାହିଁ। ଆମ୍ଭେ ବିଧବାପରି ବସିବା ନାହିଁ କିମ୍ବା ଆମ୍ଭେ ସନ୍ତାନ ବିଚ୍ଛେଦ ଜାଣିବା ନାହିଁ।’ Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।